🌤️ Weather Odisha
🌡️ Temp --°C
📅 Date --
🕐 Live --:--:--



Breaking News

ପଞ୍ଚଲିଙ୍ଗେଶ୍ଵର - ବାଲେଶ୍ଵର

 


ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । 
ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । 
ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । 
ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । 
ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । 
ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । 
ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । 
ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।

କିପରି ଯିବେ : 
ଏହା ନୀଳଗିରିଠାରୁ ୮ କିମି, ବାଲେଶ୍ଵର ଠାରୁ ୩୦ କିମି ଓ ବାରିପଦା ଠାରୁ ୮୫ କିମି ଦୂରତାରେ ରହିଅଛି। ଏହି ଦୁଇ ସହର ଠାରୁ ବସଯୋଗେ ଗମନାଗମନର ସୁବିଧା ଅଛି । ଏଠାରେ ଏକ ସରକାରୀ ପାନ୍ଥଶାଳା ଅଛି ।
ବସ୍ ଦ୍ଵାରା :
ବାଲେଶ୍ଵର,ବାରିପଦା ,ଚାନ୍ଦିପୁର ରୁ ଟାକସି ଅଟୋ ରିକ୍ସା ର ବହୁତ ସୁବିଧା ଅଛି ।
ଉଡାଜାହାଜ ଦ୍ଵାରା :
ଏହାର ନିକଟତମ ବନ୍ଦର ଭୁବନେଶ୍ବର ରୁ ସିଧାସଳଖ ବାଲେଶ୍ଵର ବସ୍ ଯୋଗେ ଆସିପାରିବେ ।
ରେଳ ଯୋଗେ :
ବାଲେଶ୍ବରର ନିକଟତମ ରେଳ ଷ୍ଟେସନ ଦେଇ ଯାତାୟତ କରୁଥିବା ରେଳ ର ତାଲିକା :
॰ କଲିକତା ହାୱଡା : FALAKNUMA EXPRESS., EAST COAST EXP, COROMANDAL EXP, SRIJAGANNATH EXP, HWH YPR EXP, HWH PURI EXPRESS 
॰ ନୂଆଦିଲ୍ଲୀ : PURSHOTTAM EXP, PURI EXP, NEELACHAL EXP, ORISSA SAMPARK KRNTI
॰ ଚେନ୍ନାଇ  : COROMANDEL EXP, HOWRAH MAIL
Previous Post Next Post