🌤️ Weather Odisha
🌡️ Temp --°C
📅 Date --
🕐 Live --:--:--



Breaking News

୩୨ଟି ଅଭିଯୋଗର ଶୁଣାଣି ଓ ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ


ପଦ୍ମପୁର, ୨୬ ଅକ୍ଟୋବର: ରାଜବୋଡ଼ାସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ଜନ ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜମି ବିବାଦ, ବାସଗୃହ, ଉଚ୍ଛେଦ ସମସ୍ୟା, ବିଦ୍ୟୁତ୍ ଯୋଗାଣ,  ରାସନ କାର୍ଡ, ବାର୍ଦ୍ଧକ୍ୟ ଓ ଭିନ୍ନକ୍ଷମ ଭତ୍ତା, ରାସ୍ତା ନିର୍ମାଣ ଏବଂ କୃଷି ସମ୍ବନ୍ଧୀୟ ସମସ୍ୟା ନେଇ ସମୁଦାୟ ୩୨ ଗୋଟି ଅଭିଯୋଗ ଆସିଥିଲା। ଏଥିମଧ୍ୟରୁ ୨୮ ଗୋଟି ବ୍ୟକ୍ତିଗତ ଏବଂ ୪ ଗୋଟି ସାମୂହିକ ଅଭିଯୋଗ ରହିଥିଲା। ଆସିଥିବା ସମସ୍ତ ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। 

ଏହି ଅବସରରେ ଦୁର୍ନୀତି ନିବାରଣ ସପ୍ତାହ ପାଳନର ଶୁଭାରମ୍ଭ ନିମନ୍ତେ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀଗଣ ଶପଥ ପାଠ କରିଥିଲେ।ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ରନାଥ ଶତପଥି, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ କୁଲୁ, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ପାଣ୍ଡବ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ଦେବତା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଶୁଣିଥିଲେ।

Previous Post Next Post